Search
Close this search box.

ପୁଣି ବଢିଲା ତାପମାତ୍ରା The temperature rose again

ତତଲା କଢ଼େଇରେ ଭାଜି ହେଉଛି ସାରା ଓଡିଶା

ଆଜିଠୁ ରାଜ୍ୟରେ ପୁଣି ବଢ଼ିବ ତାପମାତ୍ରା । ଅନୁଭୂତ ହେବ ପ୍ରବଳ ଗ୍ରୀଷ୍ମ ପ୍ରବାହ । ସ୍ବଭାବିକଠୁ ୨ରୁ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ହେବାନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଅପେକ୍ଷା ପଶ୍ଚିମ ଓଡ଼ିଶାରେ ତାତି ଅସହ୍ୟ ହେବ ।

ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, ବୌଦ୍ଧ ଆଦି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଅଧିକ ରହିବ । କିଛି ଅଞ୍ଚଳରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁପାରେ ବୋଲି ସତର୍କତା ଜାରି ହୋଇଛି। ଦୁଇ ଦିନ ପରେ ମିଳିପାରେ ସାମାନ୍ୟ ଆଶ୍ବସ୍ତି । କାଳବୈଶାଖୀ ପ୍ରଭାବରେ ଉପକୂଳ ତଥା ଉତ୍ତର ପୂର୍ବ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ସହ ସାମାନ୍ୟ ବର୍ଷା ହୋଇପାରେ।

Leave a Comment

Read More