Search
Close this search box.

ଆଜିର ରାଶି ଫଳ

ଆଜିର ରାଶିଫଳ

ମେଷ

ଅଶ୍ୱନୀ- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାର‌୍ୟ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ
ଦ୍ୱିଜା- ପରିବହନ , ବାଣିଜ୍ୟରେ ଆଶିଂକ ମନ୍ଦା ଦେଖାଦେବ । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।
କୃତିକା- କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି
ପ୍ରତିକାର – ଅଟାରେ ଚିନି ମିଶାଇ ରୁଟି ତିଆରି କରି ଲାଲ୍ କୁକୁରକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯

ବୃଷ

କୃତିକା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ
ରୋହିଣୀ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ସାମାଜିକ ସହଯୋଗ ଲାଭ କରିବେ ।
ମୃଗଶିରା- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଛାତ୍ରଛାତ୍ରୀ ମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।
ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬

ମିଥୁନ

ମୃଗଶିରା- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ ।
ଆଦ୍ରା- ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ
ପୁନର୍ବସୁ- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ l
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫

କର୍କଟ

ପୁନର୍ବସୁ- ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି
ପୁଷ୍ୟା- ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ। ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଚାକିରିରେ ଅପଦସ୍ତ ହୋଇପାରନ୍ତି ।
ଅଶ୍ଲେଷା- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ
ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶିରେ ମିଶାଇ ଜଳରେ ଭସାଇ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨

ସିଂହ

ମଘା- ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ ।
ପୂ,ଫାଲଗୁନି- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।
ଉ,ଫାଲଗୁନି- ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ
ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧

କନ୍ୟା

ଉ,ଫଳଗୁନି- ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ପୁରାତନ ରୋଗରୁ ଉପଶମ ମିଳିବ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ ।
ହସ୍ତା- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ ।
ଚିତ୍ରା- ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫

ତୁଳା

ଚିତ୍ରା- ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । କାର‌୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ ।
ସ୍ୱାତୀ-ସମ୍ପର୍କୀୟ ବନ୍ଧୁଙ୍କ ସାହାର‌୍ୟ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।
ବିଶାଖା- ନିର୍ଭରଯୋଗ୍ୟ ସୁତ୍ରରୁ କିଛି ଅର୍ଥ ପାଇବେ, ଯାହା ଆପଣଙ୍କର ଆର୍ଥିକ ଅସୁବିଧାକୁ ଦୂର କରିପାରେ । ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬

ବିଛା

ବିଶାଖା- ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ । ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ ।ଅଚିହ୍ନା ଲୋକଙ୍କ ଠାରୁ ସାହାର‌୍ୟ୍ୟ ପାଇବେ ।
ଅନୁରାଧା- ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ସହିତ ଭାତୃ ସଂପର୍କରେ ଉନ୍ନତି ଘଟିବ । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି
ଜ୍ୟେଷ୍ଠା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯

ଧନୁ

ମୂଳା- ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ ।
ପୂ,ଷାଢା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।
ଉ,ଷାଢା- କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩

ମକର

ଉ,ଷାଢା- ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ଥିବା ମତାନ୍ତର ତୁଟିଯିବ । ସ୍ୱାସ୍ଥ୍ୟ ସମସ୍ୟାକୁ ଅବହେଳା କରିବା ପାଇଁ ବାଧ୍ୟ ହୋଇପଡିବେ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ ।
ଶ୍ରବଣା- ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ
ଧନିଷ୍ଠା- ଖେଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮

କୁମ୍ଭ

ଧନିଷ୍ଠା- ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର‌୍ୟ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତମ ପ୍ରୟୋଗ କରି କାର‌୍ୟ୍ୟରେ ସଫଳତା ପାଇବେ
ଶତଭିଷା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ ।
ପୂ,ଭାଦ୍ରପଦ- ଛାତ୍ରଛାତ୍ରୀମାନଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ ।
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୮

ମୀନ

ପୂ,ଭାଦ୍ରପଦ- ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ । ଅନ୍ୟ କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି
ଉ,ଭାଦ୍ରପଦ- ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି
ରେବତୀ- ଆୟରଉତ୍ସ ବୃଦ୍ଧି ପାଇବା ଫଳରେ , ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର‌୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।
ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩

ଆଜିର ରାଶିଫଳ
ଆଜିର ରାଶିଫଳ

Leave a Comment

Read More