Search
Close this search box.

ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବୈଠକ l

ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବୈଠକ l

ଭୁବନେଶ୍ୱର : ଆଜି ଭୁବନେଶ୍ୱରରେ ବସିଥିବା ବୈଠକରେ ବିଭିନ୍ନ ପ୍ରକାର କଥା ଆଲୋଚନା କରାଯାଇଥିବା ବେଳେ ଆଜି ଆଉ ଏକ ଗୁରୁତ୍ଵ ପୂର୍ଣ୍ଣ କଥା ଆଲୋଚନା କରାଯାଇଥିଲା ଯାହାକି ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଷୟ ରେ ଆଲୋଚନା କରାଯାଇ ଥିଲା ବୋଲି ଜଣା ପଡିଥିଲା l
ସୂଚନାନୁସାରେ, ଆଜି ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବୈଠକ ଅନୁଷ୍ଠିତ ହୋଇଯାଇଛି I ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସମେତ ଏମ୍‌ପି ଏବଂ ବିଧାୟକମାନେ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ,ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକ ଶେଷରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ରାଜ୍ୟରେ ବିପର୍ଯ୍ୟୟ ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି । ସରକାର ମାଇକ୍ରୋ ପ୍ଳାନିଂ ପ୍ରସ୍ତୁତ କରୁଛନ୍ତି, ଏନେଇ ଅନେକ ପ୍ରସ୍ତାବ ଆସିଛି । ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ତ୍ରୁଟି ଶୂନ୍ୟ ଯୋଜନା କରାଯିବ । ବିପର୍ଯ୍ୟୟ ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଥିବା କହିଛନ୍ତି ସୁରେଶ ପୂଜାରୀ । ଏହାସହିତ ଓଡ଼ିଶା ସରକାର ଲୋକଙ୍କ ରକ୍ଷା କବଚ ହେବ ବୋଲି ସେ କହିଛନ୍ତି । ସେହିପରି ଭୁବନେଶ୍ୱର ମହାନଗର ନିଗମ ସହରାଞ୍ଚଳ ବନ୍ୟା ପରିଚାଳନା ନିମନ୍ତେ ୨୦୦ କୋଟି ଟଙ୍କାର ଏକ ପ୍ରସ୍ତାବ ପ୍ରସ୍ତୁତ କରି ଯଥାଶୀଘ୍ର ପ୍ରଦାନ କରିବେ। ଏହାସହିତ କଟକ, ଭୁବନେଶ୍ୱର ଓ ଅନ୍ୟ ସହରାଞ୍ଚଳରେ ବନ୍ୟା ପରିଚାଳନା ନିମନ୍ତେ ଆଇଆଇଟି ଦିଲ୍ଲୀର ବୈଷୟିକ ସହାୟତାରେ ଏକ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯିବ ବୋଲି ସେ କହିଛନ୍ତି। ରାଜ୍ୟ, ଜିଲ୍ଲା ଏବଂ ଅନ୍ୟାନ୍ୟ କାର୍ଯ୍ୟାଳୟରେ ୨୪ ଘଣ୍ଟା କଣ୍ଟ୍ରୋଲ ରୁମ୍‌ ଖୋଲାଯିବ । ସାଧାରଣତଃ ବର୍ଷା ଦିନେ ସାପକାମୁଡ଼ାର ଅଧିକ ସମ୍ଭାବନା ରହିଥିବା ହେତୁ ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ସାପ କାମୁଡ଼ା ଇଞ୍ଜେକ୍ସନ (ଆଣ୍ଟି ସ୍ନେକ୍‌ ଭେନମ୍‌) ଗଚ୍ଛିତ ରଖିବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ ସୁଚନା ଦେଇଥିଲେ ବୋଲି ଦେଖିବାକୁ ମିଳିଛି ।

Leave a Comment

Read More

Verified by MonsterInsights