ପ୍ରଚଣ୍ଡ ଖରାରେ ଅସ୍ତବ୍ୟସ୍ତ ହେଲେଣି ରାଜ୍ୟବାସୀ । ଏବେଠୁ ୪୦ ଡିଗ୍ରୀ ପାର କଲାଣି ପାରଦ ।ଭୁବନେଶ୍ୱର ପାଣିପାଗ କେନ୍ଦ୍ର କହିଛି ଯେ ଆସନ୍ତା 4-5 ଦିନ ମଧ୍ୟରେ ଓଡିଶାର ଅନେକ ଜିଲ୍ଲାରେ ସର୍ବାଧିକ ତାପମାତ୍ରା ଦେଖା ଯିବ ।
ଓଡ଼ିଶାରେ ଏପ୍ରିଲ ନ ସରୁଣୁ ଗ୍ରୀଷ୍ମ ର ପ୍ରକୋପ ଦେଖିବାକୁ ମିଳିଛି , 7 ଟି ସ୍ଥାନରେ ତାପମାତ୍ରା 40 ଡିଗ୍ରୀ ସେଲସିୟସରୁ ଅଧିକ ରେକର୍ଡ କରାଯାଇଥିଲା, ରାଜ୍ୟରେ କାଳବୈଶାଖୀ ପ୍ରଭାବ କମିବା ସହ ଉତର-ପଶ୍ଚିମ ଦିଗରୁ ଶୁଷ୍କ-ଗରମ ବାୟୁ ପ୍ରଭାବରେ ଦିନ ତାପମାତ୍ରା ବୃଦ୍ଧି ହେବା ସମ୍ଭାବନା ରହିଛି ।
ଆସନ୍ତା ୨ରୁ ୩ ଦିନ ମଧ୍ୟରେ କିଛି ସ୍ଥାନରେ ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ହୋଇପାରେ । ଗତକାଲି ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ତାପମାତ୍ରା ୪୦ ଡିଗ୍ରୀ ଟପିଥିଲା । ବରିପଦା ଏବଂ ତାଳଚେରରେ ସର୍ବୋଚ୍ଚ ତାପମାତ୍ରା ୪୦.୪ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ବାରିପଦାରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି । ଭୁବନେଶ୍ୱର ସମତେ ୧୩ଟି ସ୍ଥାନରେ ୩୯ ଡିଗ୍ରୀ ଡେଇଁଛି ପାରଦ ।









