Search
Close this search box.

୧୬ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ॥

ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ବଡ ଖବର । ଆସନ୍ତାକାଲଠୁ ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ । ଏପ୍ରିଲ ୧୨ ତାରିଖ ଠାରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍କୁଲ ଛୁଟି ରହିବ। ସ୍କୁଲଗୁଡ଼ିକ ସହିତ ଅଙ୍ଗନବାଡି କେନ୍ଦ୍ରଗୁଡ଼ିକ ମଧ୍ୟ ଏହି ସମୟରେ ବନ୍ଦ ରହିବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଏହି ଛୁଟି ଘୋଷଣା କରିଛନ୍ତି। ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।


ଜାପାନ ଗସ୍ତ ଶେଷ କରି ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିଲା ପରେ ଆଜି ସନ୍ଧ୍ୟା ସମୟରେ ବରିଷ୍ଠ ଅଧିକାରୀଙ୍କ ସହିତ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ରାଜ୍ୟରେ ଗ୍ରୀଷ୍ମ ଲହରୀ ଓ ସ୍ବାସ୍ଥ୍ୟାବସ୍ଥା ଉପରେ ଅବଗତ ହୋଇଛନ୍ତି।
ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ଘୋଷଣା କରିଛନ୍ତି । ଆସନ୍ତାକାଲି ଅର୍ଥାତ ଏପ୍ରିଲ ୧୨ ତାରିଖରୁ ଏପ୍ରିଲ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି । ତେବେ ଖାଲି ସେତିକି ନୁହେଁ, ସ୍କୁଲ ସହିତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ । ଆଜି କୋଭିଡ୍ ଓ ହିଟୱେଭକୁ ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ । ଏହାପରେ ଏହି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ।

Leave a Comment

Read More