Search
Close this search box.

ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଦୀପାଳି ଦାସ,

ନବୀନ ନିବାସରେ ଝାରସୁଗୁଡ଼ାର ନବ ନିର୍ବାଚିତା ବିଧାୟିକା ଦୀପାଳି ଦାସ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ସେ ଆଶୀର୍ବାଦ ନେଇଛନ୍ତି । ଝାରସୁଗୁଡା ଲୋକଙ୍କ ପାଇଁ ସମର୍ପିତ ହୋଇ କାମ କରିବାକୁ ଦୀପାଳିଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଭୁବନେଶ୍ବରରେ ପହଞ୍ଚିବା ପରେ ଦୀପାଳି କହିଥିଲେ ଯେ ଏ ବିଜୟ ଝାରସୁଗୁଡ଼ାବାସୀଙ୍କର ଓ ମୁଖ୍ୟମନ୍ତ୍ରୀଙ୍କର । ଉପନିର୍ବାଚନ ପାଇଁ ସମସ୍ତେ ବହୁତ ପରିଶ୍ରମ କରିଛନ୍ତି । ବାପାଙ୍କ ସ୍ବପ୍ନ ଥିଲା ଝାରସୁଗୁଡ଼ାର ନୂତନ ନିର୍ମାଣ । ବାପାଙ୍କ ଦ୍ବାରା କରାଯାଇଥିବା ବିକାଶ କାର୍ଯ୍ୟ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।

 

https://youtu.be/uy9KoopE1X8m

Leave a Comment

Read More