କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସିଦ୍ଧରମୈୟା । ଶିବକୁମାର ଉପମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ । ଶନିବାର ବେଙ୍ଗାଲୁରୁର କାନ୍ତିବୀରା ଷ୍ଟାଡିୟମରେ ଶପଥଗ୍ରହଣ ସମାରୋହ ଆୟୋଜିତ ହେବ । ଏଥିରେ ମୋଦି ବିରୋଧୀ ଏକାଠି ହୋଇପାରନ୍ତି ବୋଲି ଆକଳନ କରାଯାଉଛି । ହିମାଚଳପ୍ରଦେଶ, ରାଜସ୍ଥାନ, ତାମିଲନାଡୁ, ଛତିଶଗଡ, ବିହାର, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ସାମିଲ ହେବେ । ଏହାବ୍ୟତିତ ଆରଜେଡିର ତେଜ୍ୱଶୀ ଯାଦବ, ଏନସିପି ସୁପ୍ରିମୋ ଶରଦ ପାୱାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ନିମନ୍ତ୍ରଣ କରାଯାଇଛି । ଏଥିରେ ସୋନିଆ , ରାହୁଲ ଓ ପ୍ରିୟଙ୍କା ଗାନ୍ଧିଙ୍କୁ ଯୋଗଦେବାକୁ ନିମନ୍ତ୍ରଣ କରିଛି କର୍ଣ୍ଣାଟକ କଂଗ୍ରେସ ।









