
ମେଷ
ଅଶ୍ୱନୀ – ଆପଣଙ୍କ ମନରେ ଏଭଳି ବିଚାର ଆସିବ ଯାହା ଦ୍ୱାରା ପ୍ରଗତିର ବାଟ ଖୋଲିବ । ଦାମ୍ପତ୍ୟ ଜୀବନ ସାମଞ୍ଜସ୍ୟ ବଜାୟ ରହିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।
ଦ୍ୱିଜା –ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀମାନେ ପଢାରେ ମନଯୋଗ ରଖିପାରିବେ ନାହିଁ । କୌଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ ।
କୃତିକା – ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ଧାର ଦେବା ନେବାରୁ ନିବୃତ୍ତ ରୁହନ୍ତୁ । ନିଜ ଜିନିଷ କେଉଁଠି ରଖି ପାଶୋରି ଯିବେ।
ପ୍ରତିକାର – ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ବୃଷ
କୃତିକା – ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ବ୍ୟକ୍ତିଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକରେ ହୋଇଯିବ ।
ରୋହିଣୀ – ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ଶିକ୍ଷାର୍ଥୀମାନେ ଦେଇଥିବା ପରୀକ୍ଷାରେ କୃତକାର୍ୟ୍ୟ ହେବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ ।
ମୃଗଶିରା – ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ମିଥୁନ
ମୃଗଶିରା – କୌଣସି ସହପାଠୀ ଆପଣଙ୍କର ସାହାର୍ୟ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ । ମାନସିକ କର୍ମ କରିବା ଶୈଳୀରେ ପରିବର୍ତ୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ ।
ଆଦ୍ରା – ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ରହିବେ । ଛାତ୍ରଛାତ୍ରୀମାନେ ମାନସିକସ୍ତରରେ ଖୁସି ରହିବେ । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୈାଣସି କାର୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ସମ୍ପତ୍ତି ବୃଦ୍ଧି ହୋଇପାରେ ।
ପୁନର୍ବସୁ – ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
କର୍କଟ
ପୁନର୍ବସୁ – ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ ।ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।
ପୁଷ୍ୟା – ଆର୍ଥିକ କ୍ଷେତ୍ରରେ ଲାଭବାନ୍ ସହିତ ସଂଚୟ କରିପାରନ୍ତି । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ରଛାତ୍ରୀମାନେ ପଢାରେ ମନଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ ।
ଅଶ୍ଳେଷା – ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳାମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣୀ ଦାୟିତ୍ୱ ନେଇ ପାରନ୍ତି । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨
ସିଂହ
ମଘା –ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ ଭଲ ରହିବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ ।
ପୂ , ଫାଲଗୁନୀ – ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡିପାରନ୍ତି । ସତର୍କ ରୁହନ୍ତୁ । ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । ଅଫିସରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ ।
ଉ ,ଫାଲଗୁନୀ – କିଣାବିକା ବେଳେ ସାବଧାନତା ଅବଲମ୍ବନ କରନ୍ତୁ । ବିଦ୍ୟାର୍ଥୀମାନେ ଗୁରୁଜନମାନଙ୍କ ଆଜ୍ଞା ପାଳନ କରିବେ । ନୂଆ କାର୍ୟ୍ୟ ପାଇଁ ପ୍ଲାନିଂ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧
କନ୍ୟା
ଉ , ଫାଲଗୁନୀ – ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ।
ହସ୍ତା – ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ ।
ଚିତ୍ରା – ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୌଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।
ପ୍ରତିକାର – ସର୍ବକାର୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ତୁଳା
ଚିତ୍ରା – ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । କୌଣସି କାର୍ୟ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି ।
ସ୍ୱାତୀ – ଦାମ୍ପତ୍ୟ ଜୀବନରେ ସୌହାର୍ଦ୍ଦ୍ୟ ବଢିପାରେ । କୈାଣସି ନିଷ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୂର୍ଣ୍ଣ କରିବେ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳ ହେବେ ।
ବିଶାଖା – ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି । କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଅପ୍ରତ୍ୟାଶିତ ସଂପତ୍ତି ମିଳିବାର ସୂଚନା ଅଛି ।
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ବିଛା
ବିଶାଖା – ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ ।
ଅନୁରାଧା – ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧୁତ୍ୱ ସୃଷ୍ଟି ହୋଇପାରେ।
ଜ୍ୟେଷ୍ଠା – ଅଜଣା ବ୍ୟକ୍ତଙ୍କ ଉପରେ ଭରସା କରନ୍ତୁ ନାହିଁ । ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ହେବେ । ଅନ୍ୟମାନଙ୍କର କଥା ଓ କାର୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ପ୍ରତିକାର – ବଗଳାମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ଧନୁ
ମୂଳା – ଅନଲାଇନ ବ୍ୟବସାୟ କରିବାକୁ ଭାବିବେ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ଶତ୍ରୁମାନଙ୍କର କ୍ରୋଧରୁ ଅଳ୍ପକେ ରକ୍ଷା ପାଇବେ । ମହିଳାମାନେ ପୂଜାପାଠରେ ମନ ଲଗାଇବେ ।
ପୂ , ଷାଢା – ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଜୀବନରେ କିଛି ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ ।
ଉ , ଷାଢା – ଗମନାଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ଖେଳକୁଦରେ ମନ ଦେବେ ।
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ମକର
ଉ , ଷାଢା – ନିକଟ ସମ୍ପର୍କୀୟଙ୍କଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ।
ଶ୍ରବଣା – ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।
ଧନିଷ୍ଠା – ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ।
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
କୁମ୍ଭ
ଧନିଷ୍ଠା – ବାପା, ମା’ଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞିବାରେ ସାହାର୍ୟ୍ୟ କରିବ । ଟଙ୍କା, ପଇସାକୁ ନେଇ ଆପଣଙ୍କ ଚିନ୍ତା ଦୂର ହେବ । କବିଙ୍କର କୈାଣସି କବିତାରେ ପ୍ରଂଶସା ହୋଇପାରେ ।
ଶତଭିଷା – ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଆର୍ଥିକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ପଢାପଢିରେ ଓ ପରୀକ୍ଷାରେ ସମଫଳ ମିଳିବ ।
ପୂ , ଭାଦ୍ରପଦ – ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୌଣସି କାର୍ୟ୍ୟରେ ସଫଳତାରେ ବିଘ୍ନ ଆସିପାରେ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । କୌଣସି ମହତ୍ୱପୂର୍ଣ୍ଣ ଦାୟିତ୍ୱ ସମ୍ପନ୍ନ କରି ପାରନ୍ତି ।
ପ୍ରତିକାର – ଦକ୍ଷିଣକାଳୀଙ୍କ ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ମୀନ
ପୂ, ଭାଦ୍ରପଦ- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଶିକ୍ଷା କ୍ଷେତ୍ରରେ କୌଣସି ଶୁଭ ସମାଚାର ମଧ୍ୟ ମିଳିପାରେ ।
ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ ।
ରେବତୀ- ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩









