Search
Close this search box.

ବିଜେପିରୁ ଇସ୍ତଫା ଦେଲେ ବରିଷ୍ଠ ନେତା ରଘୁନାଥ ମହାନ୍ତି l

ବିଜେପିରୁ ଇସ୍ତଫା ଦେଲେ ବରିଷ୍ଠ ନେତା ରଘୁନାଥ ମହାନ୍ତି l
ବିଜେପିରୁ ଇସ୍ତଫା ଦେଲେ ବରିଷ୍ଠ ନେତା ରଘୁନାଥ ମହାନ୍ତି l
ବିଜେପିରୁ ଇସ୍ତଫା ଦେଲେ ବରିଷ୍ଠ ନେତା ରଘୁନାଥ ମହାନ୍ତି l

ସୂଚନାନୁସାରେ ପ୍ରତେକ ଦିନ ବିଭିନ୍ନ ଦଳରୁ ବହୁ ନେତା ମାନେ ଇସ୍ତଫା ଦେଉଥିବାବେଳେ ଆଜି ବରିଷ୍ଠ ନେତା ରଘୁନାଥ ମହାନ୍ତି ଇସ୍ତଫା ଦେଇଛନ୍ତି l ବିଜେପି ଛାଡ଼ିଲେ ବରିଷ୍ଠ ନେତା ରଘୁନାଥ ମହାନ୍ତି। ଇସ୍ତଫା ପତ୍ର ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଥିବା କହିଲେ। ବସ୍ତା ବିଧାନସଭା କ୍ଷେତ୍ରରୁ ସେ ୫ଥର ପ୍ରତିନିଧିତ୍ୱ କରିଥିଲେ । ସରକାରୀ ଦଳ ମୁଖ୍ୟ ସଚେତକ ଓ ମନ୍ତ୍ରୀ ଥିଲେ ରଘୁ। ଏକଦା ସେ ବଧୂ ନିର୍ଯାତନା ମାମଲାରେ ଗିରଫ ହୋଇଥିଲେ। ଗିରଫ କରାଯିବା ପରେ ରଘୁଙ୍କୁ ବିଜେଡି ନିଲମ୍ବିତ କରିଥିଲା। ପରବର୍ତ୍ତୀ ଅବସ୍ଥାରେ ରଘୁ ବିଜେପିରେ ଯୋଗଦେଇଥିଲେ। ଅନ୍ୟପଟେ ବିଜେପିରେ ସାମିଲ ହୋଇଛନ୍ତି ଆଠମଲ୍ଲିକ ବିଧାୟକ ରମେଶ ସାଏ। ଗତକାଲି ବିଜୁ ଜନତା ଦଳ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ରମେଶ ସାଏ। ନଳିନୀ ପ୍ରଧାନଙ୍କୁ ଦଳ ଟିକେଟ ଦେବାରୁ ବିଜେଡି ଛାଡ଼ିଥିଲେ ରମେଶ।୨୦୧୯ରେ ରମେଶ ଚନ୍ଦ୍ର ସାଏ ବିଜେପି ପ୍ରାର୍ଥୀ ଭାଗିରଥୀ ପ୍ରଧାନଙ୍କୁ ୪୭ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ କରି ବିଜୟୀ ହୋଇଥିଲେ। ବିଜେପି ଏଥର ଆଠମଲ୍ଲିକରୁ ପୂର୍ବତନ ବିଧାୟକ ସଞ୍ଜୀବ ସାହୁଙ୍କୁ ଟିକେଟ୍ ଦେଇଛି। ଟିକେଟ୍ ନମିଳିବା ପରେ ଦଳ ଛାଡ଼ିଛନ୍ତି ଅନେକ ଦୃଢ଼ ସଂଗଠକ। ଦଳ ସେମାନଙ୍କୁ ଅଣଦେଖା କରିଥିବା ନେଇ ଖୋଲା ଖୋଲି ବୟାନ ବାଜି କରିବା ସହ ସିଧାସଳଖ ନେତୃତ୍ୱଙ୍କ ଉପରେ ଝାଡ଼ିଛନ୍ତି ଅସନ୍ତୋଷ ବୋଲି ସୂଚନାମିଳିଛି ।

 

Leave a Comment

Read More