Search
Close this search box.

ଆଜିର ରାଶି ଫଳ

ଆଜିର ରାଶିଫଳ

ତାରିଖ – ୬.୪.୨୪
ମେଷ
ଅଶ୍ୱନୀ- ସ୍ୱାସ୍ଥ୍ୟ ସମ୍ୱନ୍ଧୀୟ ସମସ୍ୟା ଦୂର ହେବ । ପରିବାର ସହିତ ଧାର୍ମିକସ୍ଥାନକୁ ଯାଇପାରନ୍ତି । କାର‌୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ।
ଦ୍ୱିଜା- ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଛାତ୍ରଛାତ୍ରୀମାନେ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ ।
କୃତିକା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯

ବୃଷ

କୃତିକା – ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର‌୍ୟ୍ୟରେ ବ୍ୟସ୍ତ ରହିବେ । ସମୟ ଏପରି ହେବ ଯେ ଦୁଇ ପଇସା ଜାଗାରେ ଛ ପଇସା ଖର୍ଚ୍ଚ କରିବାକୁ ପଡିବ ।
ରୋହିଣୀ – କୌଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକରି ନିବେଶ କରନ୍ତୁ । ଗୃହିଣୀଙ୍କ ଘରକାମରେ ଘର ଲୋକ ସାହାର‌୍ୟ୍ୟ କରିବେ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତ୍ସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ ।
ମୃଗଶିରା –ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ମନସ୍ତାପରେ ସମୟ କଟାଇବେ ଓ ବିରକ୍ତି ଭାବ ପ୍ରକାଶ କରିବେ ।
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬

ମିଥୁନ
ମୃଗଶିରା- ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ।
ଆଦ୍ରା- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁବର୍ଗଙ୍କ ସହିତ ସଂଜବୁତ୍ ରହିବ । ଖବରଦାତା, ଆଇନଜ୍ଞମାନେ ବିଶେଷ ଉପକୃତ ହେବେ l
ପୁନର୍ବସୁ- ଶିକ୍ଷାର୍ଥୀମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ଖବରଦାତା, ଆଇନଜ୍ଞମାନେ ବିଶେଷ ଉପକୃତ ହେବେ ।
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗୋମାତାଙ୍କୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫

କର୍କଟ
ପୁନର୍ବସୁ – ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେକରିବେ ।
ପୁଷ୍ୟା – ସାମାଜିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବେ । ଅନେକ ଗୁଡିଏ କାମ ଅଟକି ଯାଇଥିବାରୁ ଅନ୍ୟମନସ୍କ ରହିବେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।
ଅଶ୍ଳେଷା – ଆମଦାନୀ ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳାମାନେ ପୂଜା ପାଠରେ ମନୋନିବେଶ କରିବେ ।
ପ୍ରତିକାର – ମା ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨

ସିଂହ
ମଘା- ସୁଖ ସମୃଦ୍ଧି ବଢିବ। ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ।
ପୂ- ଫାଲ୍‌ଗୁନୀ- ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି ।
ଉ- ଫାଲ୍‌ଗୁନୀ- ସରକାରୀସ୍ତରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଦୁର୍ଘଟଣାର ଶିକାର ହୋଇପାରନ୍ତି । କୌଣସି ସହପାଠୀ ଆପଣଙ୍କର ସାହାର‌୍ୟ୍ୟ ଆଶା କରିପାରନ୍ତି।
ପ୍ରତିକାର – ଶ୍ରୀ ରାମଙ୍କୁ ପୂଜା କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧

କନ୍ୟା
ଉ , ଫାଲଗୁନୀ – ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ସ୍ଥଗିତ କାମ ବନ୍ଧୁ ସାହାର‌୍ୟ୍ୟରେ ପୁରା କରିବେ । ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ ।
ହସ୍ତା – ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର‌୍ୟ୍ୟକୁ ପରିବର୍ତ୍ତନ କରିପାରନ୍ତି।
ଚିତ୍ରା – ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତିମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ପ୍ରତିକାର – ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫

ତୁଳା
ଚିତ୍ରା- ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କର୍ମଜୀବୀମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଉନ୍ନତି ଆସିପାରେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ।
ସ୍ୱାତୀ- କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ। ଶତ୍ରୁମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଶିକ୍ଷାର୍ଥୀମାନେ ଦେଇଥିବା ପରୀକ୍ଷାରେ କୃତକାର‌୍ୟ୍ୟ ହେବେ । କ୍ରୀଡାକ୍ଷେତ୍ରରେ ଭଲ ସଫଳତା ପାଇବେ।
ବିଶାଖା- ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ଅଭିଳାଷ ପୂରଣ ହେବ ।
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟୋ ପୂଜା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬

ବିଛା
ବିଶାଖା – ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବାଣିଜ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟ ସାଧାରଣତଃ ଉତ୍ତମ ରହିବ ।
ଅନୁରାଧା – କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଅବିବାହିତମାନଙ୍କ ପାଇଁ ବିବାହ ପ୍ରସ୍ତାବ ସ୍ଥିରୀକୃତ ହେବ।
ଜ୍ୟେଷ୍ଠା – ପୈତୃକ ସମ୍ପତ୍ତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ ।
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯

ଧନୁ
ମୂଳା- ଗୃହରେ କୌଣସି ବ୍ୟକ୍ତିଙ୍କଠାରୁ ସୁଖ ସୁମ୍ବାଦ ପାଇବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ।
ପୂ, ଷାଢା- ଜୀବନ ସାଥୀ କୌଣସି ଉପହାର ଦେଇ ଆପଣଙ୍କୁ ଆଶ୍ଚର‌୍ୟ୍ୟ କରି ଦେବେ। କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ।
ଉ, ଷାଢା- ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତ୍ତମ ରୋଜଗାର ହେବ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩

ମକର
ଉ ,ଷାଢା – ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦୃଢ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ନିଜର ଦୋଷ ତ୍ରୁଟି ସ୍ୱୀକାର କରିବେ ।
ଶ୍ରବଣା – ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ଛାତ୍ରଛାତ୍ରୀଙ୍କ ଲେଖାପଢାରେ ବାଧା ଦୂର ହେବ । ମାନ ମର‌୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣାଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ମହିଳାମାନେ ବନ୍ଧୁପରିଜନଙ୍କ ସହ ସମୟ ବିତାଇବେ ।
ଧନିଷ୍ଠା – ଆର୍ଥିକ ସ୍ଥିତିକୁ ନେଇ ମାନସିକ ଅସ୍ଥିରତା ବଢିପାରେ । ମହିଳାମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ ।
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮

କୁମ୍ଭ
ଧନିଷ୍ଠା- ପ୍ରେମିକ ପ୍ରେମିକାଙ୍କର ସଂପର୍କ ମଧୁର ରହିବ । ଧର୍ମ ଓ ସାଂସୃତିକ କାର‌୍ୟ୍ୟରେ ଯୋଗଦାନ କରିବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।
ଶତଭିଷା- ସନ୍ତାନମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ବସ୍ତୁଗୁଡିକର ବିଶେଷ ଧ୍ୟାନ ରଖନ୍ତୁ ।
ପୂ, ଭାଦ୍ରପଦ- ସାହାର‌୍ୟ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଜୀବନ-ସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳୀ ଅନୁଭବ କରିବେ । ସାମାଜିକ ଓ ପ୍ରଭାବଶାଳୀ କାର‌୍ୟ୍ୟରେ ମନ ବଳାଇବେ ।
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮

ମୀନ
ପୂ , ଭାଦ୍ରପଦ – ପ୍ରେମ ଜୀବନ ମଧୁରମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ । ବିରୋଧୀମାନଙ୍କ ସହ ଦୃଢ ମୁକାବିଲା କରିବେ ।
ଉ , ଭଦ୍ରପଦ – ଧର୍ମ ପୁସ୍ତକ ପଢିବାରେ ଆଗ୍ରହ ବଢିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତ୍ତା ହୁଅନ୍ତୁ । ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କଲେ ବି ମଧ୍ୟମ ଧରଣର ଫଳ ପାଇବେ ।
ରେବତୀ – ଅଫିସରେ କୌଣସି ମହତ୍ୱପୂର୍ଣ୍ଣ କାର‌୍ୟ୍ୟ ମିଳିବ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ।
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩

Leave a Comment

Read More