Search
Close this search box.

ପୁଣି ପ୍ରବଳ ଗରମ

ବଲାଙ୍ଗୀର , ଆ

ତତଲା କଢ଼େଇରେ ଭାଜି ହେଉଛି ଓଡିଶା |
ତତଲା କଢ଼େଇରେ ଭାଜି ହେଉଛି ଓଡିଶା

ଜି କିଛି କିଛି ସ୍ତାନରେ ବର୍ଷା ହୋଇଥିବା ଦେଖିବାକୁ ମିଳିଛି l ନୂଆପଡା ଏବଂ ବରଗଡ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଛି। ଆସନ୍ତା ୧୩ ତାରିଖଠାରୁ ରାଜ୍ୟରେ ପୁଣି ବଢିବ ତାତି । ରାଜ୍ୟରେ ପଶ୍ଚିମ ତଥା ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁର ପ୍ରଭାବ ବୃଦ୍ଧି ସହ ପୁଣି ଦିନ ତାପମାତ୍ରା ବୃଦ୍ଧି ସମ୍ଭାବନା ରହିଛି । ଏମିତିକି କିଛି ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି ବୋଲି ପାଣପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କିଛି କିଛି ସ୍ଥାନରେ ହାଲୁକା ଧରଣର ବର୍ଷା ଦେଖିବାକୁ ମିଳିଛି l ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ଲାଗି ରହିଛି। ବଲାଙ୍ଗୀର, ନୂଆପଡା ଏବଂ ବରଗଡ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଛି। ଫଳରେ ତାତିରୁ ଆଶ୍ବସ୍ତ ହୋଇଛନ୍ତି ବଲାଙ୍ଗିରବାସୀ। ସେହିପରି ନୂଆପଡ଼ାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି। କୋମନା ବ୍ଲକର ଅନେକ ସ୍ଥାନରେ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି l କୁଆପଥର ମାଡ଼ରେ ପନିପରିବା ଚାଷ ଓ ଧାନ ଫସଲ ନଷ୍ଟ ହୋଇଥିବା ଦେଖିବାକୁ ମିଳିଛି। ବରଗଡ଼ ଜିଲ୍ଲାରେ କୋହଳା ପାଗ ଶହ ଲାଗି ଝିପିଝିପି ବର୍ଷା ହୋଇଛି। ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ଜାରି କରିଛି ପାଣିପାଗ ବିଭାଗ। ଆଜି ପାଇଁ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେଇଭଳି ଆସନ୍ତା ୧୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି। ୧୧ ତାରିଖରୁ ତାପମାତ୍ରା ପୁଣି ୨ରୁ ୩ ଡିଗ୍ରୀ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରି ସୂଚନା ଦେଇଛି।

Leave a Comment

Read More