କୋରାପୁଟ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକମାନେ ଧନପୂର୍ ଓ ସାନପିଣ୍ଡାପଦର୍କୋରାପୁଟ ଜିଲ୍ଲା ଜୟପୁର ସଦର ଥାନା ଅନ୍ତର୍ଗତ ଗାଗନାପୁର ଠାରେ ଅଞ୍ଚଳର ବୋଲି ଜଣାଯାଇଛି।
ସୂଚନାନୁସାରେ , ଗତକାଲି ବିଳମ୍ବିତ ରାତିରେ ଗାଗନାପୁର ନିକଟରେ ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ପରେ ଦୁଇଟି ବାଇକ୍ ଥିବା ଯୁବକମାନେ ଛିଟିକି ତଳେ ପଡ଼ିଯାଇଥିଲେ। ପୁଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଏହାସହ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ରାତିରେ ଯାତ୍ରା ଦେଖି ଫେରୁଥିବା ବେଳେ ଏପରି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ଖବର ପାଇ ଜୟପୁର ସଦର ଥାନା ପୁଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଦୁଇଟି ବାଇକକୁ ଜବତ କରି ଘଟଣା ତଦନ୍ତ ଆରମ୍ଭ କରିଛନ୍ତି ବୋଲି ସୂଚନାମିଳିଛି

।









