ମେଷ
ଅଶ୍ୱନୀ – ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ବିବାହ ଆଦି ଶୁଭ କାର୍ୟ୍ୟରେ ଯୋଗ ଦେଇ ମନ ଖୁସି ରହିବ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି
ଦ୍ୱିଜା – ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ
କୃତିକା – ମହିଳା ମାନଙ୍କୁ ବନ୍ଧୁଙ୍କ ସହଯୋଗ ମିଳିବ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୈାଣସି କାମରେ ଯଥେଷ୍ଟ ଲାଭ ହେବ । ପ୍ରେମ ଜୀବନ ଭଲ ରହିବ
ପ୍ରତିକାର – ହନୁମାନଙ୍କର ଆରାଧନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ବୃଷ
କୃତିକା – ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ଚାକିରିରେ ସ୍ଥାନନାଶ ଯୋଗ ରହଛି । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ
ରୋହିଣୀ – ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ । ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ
ମୃଗଶିରା – ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ କ୍ଷ ମହିଳା ମାନେ କଠିନ ପରିଶ୍ରମ କରିବେ କ୍ଷ କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ମିଥୁନ
ମୃଗଶିରା – କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । ସମ୍ପତି ବଢାଇବାର ଯୋଜନା ସଫଳ ହେବ
ଆଦ୍ରା – ଅଫିସରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ
ପୁନର୍ବସୁ – ସୁନା ଅଳଙ୍କାର କିଣିବା ଲାଗି ଭାବିବେ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
କର୍କଟ
ପୁନର୍ବସୁ – ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବନ୍ଧୁଙ୍କ ସାହାର୍ୟ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର୍ୟ୍ୟରେ ସଫଳତା ପାଇବେ । ସଭାସମିତିରେ ସମ୍ମାନ ପ୍ରାପ୍ତି ଘଟିବ
ପୁଷ୍ୟା – ସବୁକାମ ଆପଣଙ୍କ ମନ ମୁତାବକ ସଂପୂର୍ଣ୍ଣ କରିବେ । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ମାଲିମକନ୍ଦମାରେ ପଡି ଖର୍ଚ୍ଚାନ୍ତ ହୋଇପାରନ୍ତି
ଅଶ୍ଳେଷା – ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ବ୍ୟବସାୟରେ ଦ୍ୱିଗୁଣ ଲାଭ ପାଇବେ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨
ସିଂହ
ମଘା – ବ୍ୟବସାୟରେ ଉନ୍ନତି କରିବେ । ସରକାରୀ ଚାକିରିଆଙ୍କର ଭଲ ଜାଗାକୁ ବଦଳି ହେବ । ବ୍ୟବସାୟୀଙ୍କୁ ଲାଭ ମିଳିବ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ
ପୂ , ଫାଲଗୁନୀ – ବିଦ୍ୟାର୍ଥୀ ମାନେ ପଢାରେ ମନନିବେଶ କରିବେ । ବାହନ କିଣିବା ଲାଗି ଆଗ୍ରହ ବଢିବ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପ୍ରେମିକାକୁ ମନର କଥା କହିବେ ।
ଉ ,ଫାଲଗୁନୀ – ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମୀକ କାର୍ଯ୍ୟରେ ଲାଗି ରହିବ । ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ
ପ୍ରତିକାର – ସୂର୍ୟ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧
କନ୍ୟା
ଉ , ଫାଲଗୁନୀ – ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ
ହସ୍ତା – କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ କ୍ଷ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନୀତ କରିବେ କ୍ଷ ପଢାପଢିରେ ସର୍ମ୍ପୂର୍ଣ୍ଣ ଅବହେଳା ଘଟିବ ଓ ପଛେଇଯିବ
ଚିତ୍ରା – ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ । ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଜମି , ଦଲାଲକୁ ଯଥେଷ୍ଟ ଲାଭ ମିଳିବ
ପ୍ରତିକାର – ସକାଳୁ କୁକୁର, କାଉକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ତୁଳା
ଚିତ୍ରା – ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ ।
ସ୍ୱାତୀ – ଯେଉଁ କାମ କରିବେ ତାହା ମନ ମୁତାବକ ସଂପୂର୍ଣ୍ଣ ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ । ପ୍ରିୟବନ୍ଧୁ ସହ କଥା ହୋଇ ଭଲ ଲାଗିବ ।
ବିଶାଖା – ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ବିଛା
ବିଶାଖା – ସାହସର ସହିତ କାମ କରନ୍ତୁ ସଫଳତା ପାଇବେ । ଶାରିରୀକ ଦୁର୍ବଳତା ଦେଖାଦେବ । ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ
ଅନୁରାଧା – ବନ୍ଧୁ ମାନଙ୍କ ସହିତ ପୂର୍ବ ମାମଲା ସମାଧାନ କରିବେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବ
ଜ୍ୟେଷ୍ଠା – ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବ
ପ୍ରତିକାର – ସୂର୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ଧନୁ
ମୂଳା – ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ
ପୂ , ଷାଢା – ବିଦ୍ୟାର୍ଥୀ ମାନଙ୍କ ପାଇଁ ଶୁଭ ଦାୟକ ରହିବ । ରାଜନିତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।
ଉ , ଷାଢା – ମହିଳା ମାନଙ୍କୁ ସମ୍ମାନ ଦେବେ । ଶତୃ କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ ।
ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ମକର
ଉ , ଷାଢା – ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇ ପାରନ୍ତି । ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ ।
ଶ୍ରବଣା – ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ ।ଚାକିରି କ୍ଷେତ୍ରରେ ଆପଣଙ୍କ ଭଲ କାମ ଦେଖି ସହକର୍ମୀ ମାନେ ଇର୍ଷାପରାୟଣ ହେବେ । ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ
ଧନିଷ୍ଠା – ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦ୍ୱାରା ଅଭିଳାଷା ପୂରଣ ହେବ । ଜମିଜମା କିଣିବାର ସୁଯୋଗ ରହିଛି । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ । ମହିଳା ମାନେ ଧର୍ମପରାୟଣ ହେବେ ।
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
କୁମ୍ଭ
ଧନିଷ୍ଠା – ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ପ୍ରକୃତିର ଆନନ୍ଦ ନେବା ପାଇଁ ଆଗ୍ରହ ପ୍ରକାଶ କରିବେ । ପ୍ରଶାସନିକ କାମ ଧୈର୍ୟ୍ୟର ସହ କରନ୍ତୁ ।
ଶତଭିଷା – ରାଜନିତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ ।
ପୂ , ଭାଦ୍ରପଦ – ଆୟିନୀର ଦ୍ୱାରସ୍ଥ ହେବେ । ଜୀବନସାଥୀର ସମର୍ଥନ ଓ ପ୍ରେମ ପାଇବେ । ସମ୍ମାନିତ ଲୋକଙ୍କ ସହ ମିଶିବେ । ଆପଣଙ୍କ ପାଖକୁ ଧନଲାଭ ହେବା ଭଳି କାମ ଆସିବ
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ମୀନ
ପୂ , ଭାଦ୍ରପଦ – କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି
ଉ , ଭଦ୍ରପଦ – ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରିବାରର ସମପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାର୍ୟ୍ୟ ସହଯୋଗ ମିଳିବ ।
ରେବତୀ – ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର୍ୟ୍ୟକଳାପ ବୃଦ୍ଧି ପାଇବ ।
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩










