ମେଷ
ଅଶ୍ୱନୀ – ପୁରୁଣା ରୋଗରୁ ଆରୋଗ୍ୟ ଲାଭ କରିବେ । ବନ୍ଧୁଙ୍କ ସହ କଥାବାର୍ତାରେ ଭଲ ପରାମର୍ଶ ପାଇବେ । ଖଣିଜ , ଧାତବ ଦ୍ରବ୍ୟ ,ଖାଦ୍ୟଦ୍ରବ୍ୟାଦି ବ୍ୟବସାୟରୁ ଲାଭ ମିଳିବ ।
ଦ୍ୱିଜା – ଦକ୍ଷତା ପାଇଁ ପ୍ରଂଶସିତ ହେଲେ ମଧ୍ୟ ପଦୋନ୍ନତି ମିଳି ନପାରେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ ।
କୃତିକା – ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ମହିଳା ମାନଙ୍କର ଜୀବନ ସୁଖ ସନ୍ତୋଷରେ କଟିବ । ରାଜନିତିଜ୍ଞ ମାନେ ବାସ୍ତବତା ହୃଦୟଙ୍ଗମ କରି ଦରିଦ୍ର ଜନତାଙ୍କ ସେବା କରିବେ ।
ପ୍ରତିକାର – କୌଣସି ଲାଲ୍ ବର୍ଣ୍ଣର କୁକୁରକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ବୃଷ
କୃତିକା – ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ୟ୍ୟରେ ବ୍ୟସ୍ତ ରହିବେ । ସମୟ ଏପରି ହେବ ଯେ ଦୁଇ ପଇସା ଜାଗାରେ ଛ ପଇସା ଖର୍ଚ୍ଚ କରିବାକୁ ପଡିବ ।
ରୋହିଣୀ – କୈାଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ । ଗୃହିଣୀଙ୍କ ଘରକାମରେ ଘର ଲୋକ ସାହାର୍ୟ୍ୟ କରିବେ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତ୍ସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ ।
ମୃଗଶିରା –ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ମନସ୍ଥାପରେ ସମୟ କଟାଇବେ ଓ ବିରକ୍ତି ଭାବ ପ୍ରକାଶ କରିବେ ।
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ବାଇଗଣୀ
ଶୁଭ ସଂଖ୍ୟା :୨
ମିଥୁନ
ମୃଗଶିରା – ପରିସ୍ରା ଜନିତ ରୋଗ ଦେଖା ଦେଇପାରେ । ଆପଣଙ୍କ ଆର୍ଥୀକ ସ୍ଥିତି ସୁଦୃଢ ରହିବ । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ଉତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ ।
ଆଦ୍ରା – ସନ୍ତାନ ମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ । ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ । କର୍ମଚାରୀ ମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ ।
ପୁନର୍ବସୁ – ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବା ସହିତ ସାସ୍କୃତିକ କାର୍ଯ୍ୟରେ ଲୋକ ପ୍ରିୟତା ଅର୍ଜନ କରିବେ । ସାମାଜିକ ସଂସାର କାମରେ ସହଯୋଗ କରିବେ । ଗୃହସୀମା ବିବାଦ ଦେଖାଦେଇ ପାରେ । ମହିଳା ମାନଙ୍କର ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ହେତୁକ ମନ ଉଦ୍ବିଗ୍ନ ରହିବ ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
କର୍କଟ
ପୁନର୍ବସୁ – ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ଅନ୍ୟମାନଙ୍କର କଥା ଓ କାର୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ପୁଷ୍ୟା – ସାମାଜିକ କାର୍ୟ୍ୟରେ ଅଂଶଗ୍ରହଣ କରିବେ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।
ଅଶ୍ଳେଷା – ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ ।
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨
ସିଂହ
ମଘା – ଶ୍ୱାସ ଓ ହୃଦ ରୋଗୀ ମାନେ ବିଶେଷ ସତର୍କତା ରହିବା ଦରକାର୍ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ, ଯିଏ ଆପଣଙ୍କ ନୂଆ କାମରେ ସାହାର୍ୟ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ ।
ପୂ , ଫାଲଗୁନୀ – ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର୍ୟ୍ୟ ହେବେ ।
ଉ ,ଫାଲଗୁନୀ – ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ । ବୈଜ୍ଞାନିକ ମାନେ ଗବେଷଣା କ୍ଷେତ୍ରରେ ଦୃତ ଅଗ୍ରଗତି କରିବେ ।
ପ୍ରତିକାର – କୁଳ ଦେବତାଙ୍କ ପୂଜା କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧
କନ୍ୟା
ଉ , ଫାଲଗୁନୀ – ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ସ୍ଥଗିତ କାମ ବନ୍ଧୁ ସାହାର୍ୟ୍ୟରେ ପୁରା କରିବେ ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ ।
ହସ୍ତା – ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର୍ୟ୍ୟକୁ ପରିବର୍ତନ କରିପାରନ୍ତି
ଚିତ୍ରା – ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ପ୍ରତିକାର – ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ତୁଳା
ଚିତ୍ରା – ଦୁର୍ଘଟଣାଦି ମନରେ ଭୟ ରହିବ । ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ ।
ସ୍ୱାତୀ – କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ଶିକ୍ଷା କ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବା ସହ ବିଦ୍ୟାର୍ଥି ମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ ।
ବିଶାଖା – ଖେଳାଳି ମାନେ ପରିଶ୍ରମ କରି କୃତିତ୍ୱ ହାସଲ କରିବେ । ଆୟନୀର ଆଶ୍ରୟ ନେଇ ପାରନ୍ତି । ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି । ବିଭିନ୍ନ ଦିଗରୁ ଆଶାତୀତ ଫଳ ପାଇବେ ।
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ବିଛା
ବିଶାଖା – ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ ।
ଅନୁରାଧା – କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଅବିବାହିତ ମାନଙ୍କ ପାଇଁ ବିବାହ ପ୍ରସ୍ତାବ ସ୍ତିରିକୃତ ହେବ
ଜ୍ୟେଷ୍ଠା – ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ୟ୍ୟକୁ ହାତକୁ ନେବେ ।
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ଧନୁ
ମୂଳା – ନୂଆ ବ୍ୟବସାୟରେ ପୁଞି ଲଗାଇଲେ ଆପଣଙ୍କୁ ଦିଗୁଣା ଲାଭ ମିଳିବ । ସ୍ୱାସ୍ଥ୍ୟ ପରୀକ୍ଷା ଲାଗି ଅଧିକ ଖର୍ଚ୍ଚ ହୋଇପାରେ । ଅନେକ ସମସ୍ୟାର ସମାଧାନ ହୋଇଯିବ । ବଜାରରେ ଦୃତ ପରିବର୍ତନ ସହ ବ୍ୟବସାୟୀ ମାନେ ଆଗକୁ ଆଗେଇବେ ।
ପୂ , ଷାଢା – କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ଶିକ୍ଷାର୍ଥୀ ମାନେ ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ । ବୈାଜ୍ଞାନିକ ମାନେ ନୂତନ ତଥ୍ୟ ହାସଲରେ ଚେଷ୍ଟିତ ରହିବେ ।
ଉ , ଷାଢା – କୋର୍ଟର ନିଷ୍ପତି ଆପଣଙ୍କ ପକ୍ଷରେ ହେବ । ମହିଳା ମାନଙ୍କର ଦିନଟି ଶୁଭ ରହିବ । ସରକାରୀ କ୍ଷେତ୍ରରେ ସମ୍ମାନ ଜନକ କାର୍ଯ୍ୟ କରି ବିଦେଶ ଯାତ୍ରା କରିପାରନ୍ତି । ସଙ୍ଗୀତକାର ମାନଙ୍କୁ ବହୁତ ପରିଶ୍ରମ କରିବାକୁ ପଡିପାରେ ।
ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ମକର
ଉ , ଷାଢା – ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ନିଜର ଦୋଷ ତୃଟି ସ୍ୱକାର କରିବେ ।
ଶ୍ରବଣା – ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ଛାତ୍ରଛାତ୍ରିଙ୍କ ଲେଖାପଢାରେ ବାଧା ଦୂର ହେବ । ମାନ ମର୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ ।
ଧନିଷ୍ଠା – ଆର୍ଥିକ ସ୍ଥିତିକୁ ନେଇ ମାନସିକ ଅସ୍ଥିରତା ବଢିପାରେ । ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ ।
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
କୁମ୍ଭ
ଧନିଷ୍ଠା – ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ପରିବାରରେ ହସଖୁ୍ସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ ।
ଶତଭିଷା – ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର୍ୟ୍ୟରେ ଭାଗନେଇ ଗଠନ ମୂଳକ କାର୍ୟ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।
ପୂ , ଭାଦ୍ରପଦ – ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ମହିଳା ମାନେ ଅଳ୍ପ ପ୍ରୟାସରେ କାମ ପୂର୍ଣ୍ଣ କରିବେ
ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ମୀନ
ପୂ , ଭାଦ୍ରପଦ – ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ । ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ ।
ଉ , ଭଦ୍ରପଦ – ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ ।
ରେବତୀ – ଅଫିସରେ କୈାଣସି ମହତ୍ୱ ପୂର୍ଣ୍ଣ କାର୍ୟ୍ୟ ମିଳିବ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩











