ରାଇରଙ୍ଗପୁର ଠାରେ ଉପଖଣ୍ଡ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ.
ମୋଟ ୯୩ ଟି ଅଭିଯୋଗ ର ହେଲା ଶୁଣାଣୀ.
ରାଇରଙ୍ଗପୁର :ତା ୧୦-୦୯-୨୦୨୪ ରିଖ.
ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି l
ବାମନଘାଟୀ ଉପ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ଦାଶ,ଓ. ପ୍ର. ସେ.ଙ୍କ ତତ୍ତ୍ଵlବଧାନରେ ଜିଲ୍ଲାପାଳ ଶ୍ରୀ ହେମ କାନ୍ତ ସଏ,ଭା. ପ୍ର. ସେ.ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ଶିବିର ରେ ଜିଲ୍ଲା ଆରକ୍ଷୀ ଅଧିକ୍ଷିକା ଶ୍ରୀମତୀ ଏସ.ସୁଶ୍ରୀ,ଭା. ପୋ.ସେ.,ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୌଲତ ଚନ୍ଦ୍ରକାର,ଓ.ପ୍ର.ସେ., ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ର ଅଧିକ୍ଷକ ଡାକ୍ତର ରବୀନ୍ଦ୍ର କୁମାର ମାରାଣ୍ଡି ଓ କରଞ୍ଜିଆ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ସୁବ୍ରତ କୁମାର ପ୍ରମୁଖ ଯୋଗ ଦେଇଥିଲେ l
ପ୍ରାରମ୍ଭ ରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ l ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୯୩ ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୭୭ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୧୬ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା l ଏଥି ମଧ୍ୟରୁ ଆପତ୍ତି ଅଭିଯୋଗ ର ଗୁରୁତ୍ୱକୁ ବିଚାର କରି ଜିଲ୍ଲାପାଳ ୨ ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଟ. ୫୦୦୦/- ଙ୍କା ଲେଖାଏଁ ମୋଟ ୧୦,୦୦୦ ଟଙ୍କା ମଂଜୁର କରିଥିଲେ ଏବଂ ୨ ଗୋଟି ଅଭିଯୋଗ ର ତତ୍କାଳ ସମାଧାନ କରାଯାଇଥିଲା l
ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ l
ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀ ଓ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା l ରାଇରଙ୍ଗପୁର ରୁ ଶ୍ୟାମଳେନ୍ଦୁ ପରିଡାଙ୍କ ରିପୋର୍ଟ









