Search
Close this search box.

ଜାପାନ ଗସ୍ତରେ ମୁଖ୍ୟମନ୍ତ୍ରୀ । Chief Minister on visit to Japan

ଆପଣମାନଙ୍କୁ ଆମର ଜନସ୍ୱର ନିୟୁଜ ପୋର୍ଟାଲକୁ ସ୍ୱାଗତ କରୁଛୁ ବନ୍ଧୁଗଣ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ପୁଞ୍ଜି ବିନିଯୋଗ ପାଇଁ ପାଇଁ ଜାପାନ ଗସ୍ତ କରିଛନ୍ତି। ନବୀନଙ୍କ ସହିତ ଏକ ୪ ଜଣିଆ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଜାପାନ ଗସ୍ତ କରିଛନ୍ତି । ଏହି ପ୍ରତିନିଧି ଦଳରେ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ମନୋଜ ମିଶ୍ର, ଇପିକଲର ପରିଚାଳନା ନିର୍ଦ୍ଦେଶକ ଭୂପେନ୍ଦର ପୁନିଆ ସାମିଲ ହୋଇଛନ୍ତି ।


5T ସଚିବ ଭି.କେ ପାଣ୍ଡିଆନ୍ ଓ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା ସାମିଲ ହୋଇଛନ୍ତି । ଇସ୍ପାତ, ଆଲୁମିନିୟମ୍, ଟେକ୍ସଟାଇଲ୍, ଖାଦ୍ୟ, ଖାଦ୍ୟ ପ୍ରକ୍ରିୟାକରଣ, ଗ୍ରୀନ୍ ହାଇଡ୍ରୋଜେନ୍ ଏବଂ ଗ୍ରୀନ୍ ଆମୋନିଆ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶିଳ୍ପକୁ ନେଇ ଓଡିଶାର ଏକ ବ୍ୟବସାୟ ପ୍ରତିନିଧି ଜାପାନରେ ବ୍ୟବସାୟୀଙ୍କ ସହ ଆଲୋଚନା କରିବେ । ଏଥିସହ ନିବେଶକଙ୍କ ସହ ବୈଠକ କରି ପୁଞ୍ଜି ନିବେଶ ନେଇ ଆଲୋଚନା କରିବେ ।

ଟୋକିଓରେ ଆୟୋଜିତ ପୁଞ୍ଜି ନିବେଶକ ସମ୍ମେଳନରେ ଯୋଗଦେବା ସହ କ୍ବୋଟୋ ଓ ଓସାକା ଭଳି ମହାନଗରୀ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଭାଗନେବେ । ଓଡ଼ିଶାରେ ଜାପାନୀ ପୁଞ୍ଜିନିବେଶ ସଂପର୍କରେ ବିଭିନ୍ନ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ କିଛି ସରକାରୀ ଓ ବ୍ୟାବସାୟିକ ବୈଠକରେ ଭାଗନେବେ। ଓଡ଼ିଶାରେ ଜାପାନୀ ପୁଞ୍ଜିନିବେଶ ସଂପର୍କରେ ବିଭିନ୍ନ ଉଦ୍ୟୋଗୀଙ୍କ ସହ ନବୀନ ଆଲୋଚନା କରିବେ ।

ଦୁବାଇରୁ ୨୧ହଜାର କୋଟି ଟଙ୍କାର ପୁଞ୍ଜି ଆସିବା ପରେ ଜାପାନରୁ ଅଧିକ ପୁଞ୍ଜି ଆଣିବା ପାଇଁ ପ୍ଲାନ୍ ରହିଛି । ଏହି ପୋଷ୍ଚଟି ପଢି ଆପଣମାନଙ୍କୁ କେମିତି ଲାଗିଲା ଆପଣମାନେ କମେଣ୍ଚ କରି ନିଶ୍ଚିତ ଭାବେ ଜଣେଇବା ସହିତ ଆପଣ ଆମର ପୋଷ୍ଚକୁ ଫ୍ରେଣ୍ଡ ସହିତ ସେୟାର କରିଦେବେ ।

Leave a Comment

Read More