Search
Close this search box.

‘ଡେଲିଭରୀ ବୟ’ ଚଳଚ୍ଚିତ୍ର ଉପରୁ ଟାକ୍ସ ଛାଡ କଲେ ରାଜ୍ୟ ସରକାର

ଆପଣମାନଙ୍କୁ ଆମର ଜନସ୍ୱର ନିୟୁଜ ପୋର୍ଟାଲକୁ ସ୍ୱାଗତ କରୁଛୁ ବନ୍ଧୁଗଣ

ଅଶ୍ୱିନୀ ତ୍ରିପାଠୀ ନିର୍ଦ୍ଦେଶିତ ଏବଂ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜିତ ଓଡିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି ।

Delivery Boy Odia Movie Release Date, Trailer, Review, Cast, Showtimes

ସହରାଞ୍ଚଳର ଦୈନନ୍ଦିନ ଜୀବନରେ Delivery Boy ମାନଙ୍କ ଭୂମିକା ଅପରିହାର୍ଯ୍ୟ ହୋଇଯାଇଛି । ସାଧାରଣତଃ ଆର୍ଥିକ ଅନଗ୍ରସର ପରିବାରରୁ ଆସୁଥିବା ଏହି ‘ଡେଲିଭରୀ ବୟ’ ମାନଙ୍କ କାମ ଅତ୍ୟନ୍ତ ଆହ୍ୱାନମୂଳକ ଓ ଜୀବନ ସଂଘର୍ଷପୂର୍ଣ୍ଣ । ଏହି ଚଳଚ୍ଚିତ୍ରଟି ଏହିପରି ଡେଲିଭରୀ ବୟମାନଙ୍କ ଜାବନ ଉପରେ ଆଧାରିତ। ଓଡିଆ ଭାଷାରେ ନିର୍ମିତ ଏହି ଫିଲ୍ମଟିରେ ଜଣେ ଡେଲିଭରୀ ବୟ କିପରି ସଡକ ଦୁର୍ଘଟଣାର ଶିକାର ହୋଇ ନିଜ ସହକର୍ମୀମାନଙ୍କ ସହଯୋଗରେ ନ୍ୟାୟ ପାଇଁ ସଂଘର୍ଷକରି ବିଜୟୀ ହୋଇଛନ୍ତି ତାହା ଖୁବ ନିଖୁଣଭାବରେ ପ୍ରଦର୍ଶିତ ହୋଇଛି । ସଡକ ସୁରକ୍ଷା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଚଳଚ୍ଚିତ୍ରଟିରେ ଉଦ୍ୟମ କରାଯାଇଛି । ଏଥିରେ ସମାଜର ସବୁ ଶ୍ରେଣୀର ଦର୍ଶକଙ୍କଉପରେ ସକାରାତ୍ମକ ପ୍ରଭାବ ପଡିବାର ଆଶା ରହିଛି ।

Delivery Boy Songs Download - Free Online Songs @ JioSaavn

ଏହି ଚଳଚ୍ଚିତ୍ରରେ ମୁଖ୍ୟ ଚରିତ୍ରରେ ଅଭିନୟ କରିଥିବା କଳାକାରମାନେ ହେଲେ ବୁଦ୍ଧାଦିତ୍ୟ ମହାନ୍ତି, ଶୈଳେନ୍ଦ୍ର ସାମନ୍ତାରାୟ, ସୁଶାନ୍ତ ଦାସମହାପାତ୍ର, ପ୍ରିୟମ୍ବଦା ଓ ସୂର୍ଯ୍ୟମୟୀ ।

ସୁଚନାଯୋଗ୍ୟଯେ, ନିକଟରେ ରାଜ୍ୟ ସରକାର ‘ଜ୍ୱିଗାଟୋ’ ଚଳଚ୍ଚିତ୍ର ଉପରେ ମଧ୍ୟ ପ୍ରମୋଦକର ଛାଡ କରିଥିଲେ ।

ଓଡିଶାରେ ଯେପରି ଅଧିକରୁ ଅଧିକ ବ୍ୟବସାୟୀକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର ଅନୁକୂଳ ନୀତି କାର୍ଯ୍ୟକାରୀ କରୁଛନ୍ତି ଏବଂ ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟ ଉତ୍ସାହିତ କରୁଛନ୍ତି । ଏହା ଦ୍ୱାରା ରାଜ୍ୟର ପର୍ଯ୍ୟଟନ ବିକାଶ ହେବା ସହିତ ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତିର ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।

Delivery Boy (2023) - IMDb

 

ଏହି ପୋଷ୍ଚଟି ପଢି ଆପଣମାନଙ୍କୁ କେମିତି ଲାଗିଲା ଆପଣମାନେ କମେଣ୍ଚ କରି ନିଶ୍ଚିତ ଭାବେ ଜଣେଇବା ସହିତ ଆପଣ ଆମର ପୋଷ୍ଚକୁ ଫ୍ରେଣ୍ଡ ସହିତ ସେୟାର କରିଦେବେ ।

Leave a Comment

Read More