Search
Close this search box.

ନିପ୍ପନ ଷ୍ଟିଲ୍‌ ବୁଲିଲେ ନବୀନ

ଆପଣମାନଙ୍କୁ ଆମର ଜନସ୍ୱର ନିୟୁଜ ପୋର୍ଟାଲକୁ ସ୍ୱାଗତ କରୁଛୁ ବନ୍ଧୁଗଣ

Bhubaneswar : ଓଡ଼ିଶାରେ ନିପ୍ପନ ଷ୍ଟିଲ ବଡ଼ ନିବେଶ କରିବା ପାଇଁ ପ୍ରସ୍ତାବ ଦେଇଛି । ତା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିପ୍ପନ ଷ୍ଟିଲ କର୍ପୋରେସନ ଯାଇ ବୁଲିଛନ୍ତି । ଟୋକିଓ ସ୍ଥିତ ନିପ୍ପନ ପ୍ଲାଣ୍ଟ ବୁଲି ଦେଖିବା ବେଳେ ସେମାନଙ୍କ ପରିବେଶ ଉପଯୋଗୀ ପଦକ୍ଷେପ ଦେଖି ଖୁସି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Essar Steel Facilities | Steel is the backbone of India's economy. Sectors  like Infrastructure, automobile, energy, agriculture, defence, etc. have  unique steel grade... | By ArcelorMittal Nippon Steel India | Facebook

ଗ୍ରୀନ ଟେକନୋଲୋଜି ଉପଯୋଗରେ ଷ୍ଟିଲ ଉତ୍ପାଦନରେ ସେମାନେ ଉଲ୍ଲେଖନୀୟ କାର୍ଯ୍ୟ କରୁଛନ୍ତି । ନିପ୍ପନର ସହଯୋଗରେ କେନ୍ଦ୍ରାପଡାରେ ହେବାକୁ ଯାଉଥିବା ଷ୍ଟିଲ ପ୍ଲାଣ୍ଟକୁ ନେଇ ବହୁତ ଆଶାବାଦୀ କହିଛନ୍ତି ମୁଖ୍ୟମନ୍ତ୍ରୀ। 5T ସଚିବ ଭିକେ ପାଣ୍ଡିଆନଙ୍କ ସହ ଆଲୋଚନା ବେଳେ ଏକ ଭିଡିଓ ପୋଷ୍ଟ କରିଛନ୍ତି । ରାଜ୍ୟ ସରକାରଙ୍କ ଏକ ପ୍ରତିନିଧି ଦଳ ନିପନ ଷ୍ଟିଲ କର୍ପୋରେସନର କିମିସୁ ଷ୍ଟିଲ ୱାର୍କସ ସେଣ୍ଟର ପରିଦର୍ଶନ କରିଛନ୍ତି ।

Nippon Steel to Build Hot Strip Mill at Nagoya Work for Auto Steel

ଏହାସହ ମେଟାଲ, ଆଇଟି, ପର୍ଯ୍ୟଟନ, ଆଲୁମିନିୟମ, ଟେକ୍ସଟାଇଲ, ଖାଦ୍ୟ ପ୍ରକ୍ରିୟାକରଣ ଓ ଗ୍ରୀନ୍ ହାଇଡ୍ରୋଜେନ୍ କ୍ଷେତ୍ରର ହବ ମଧ୍ୟ ବୁଲିଛନ୍ତି । ନବୀନଙ୍କ ସହ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା, ଇଲେକ୍ଟ୍ରୋନିକ୍ସ ଓ ଆଇଟି ସଚିବ ମନୋଜ ମିଶ୍ର, 5T ସଚିବ ଭି.କେ ପାଣ୍ଡିଆନ, କ୍ରୀଡ଼ା ଓ ଯୁବ ବ୍ୟାପାର ସଚିବ ଓ ଇପିକଲର ପରିଚାଳନା ନିର୍ଦ୍ଦେଶକ ପ୍ରମୁଖ ଜାପାନ ଗସ୍ତରେ ସାମିଲ ହୋଇଛନ୍ତି । କ୍ଷେତ୍ର ପରିଦର୍ଶନ ସମୟରେ ଜାପାନର ପୁଞ୍ଜିପତିଙ୍କ ସହ ମୁଖ୍ୟମନ୍ତ୍ରୀ ଓ ପ୍ରତିନିଧି ଦଳ ଆଲୋଚନା କରିଛନ୍ତି ।

Naveen Patnaik

 

ଏହି ପୋଷ୍ଚଟି ପଢି ଆପଣମାନଙ୍କୁ କେମିତି ଲାଗିଲା ଆପଣମାନେ କମେଣ୍ଚ କରି ନିଶ୍ଚିତ ଭାବେ ଜଣେଇବା ସହିତ ଆପଣ ଆମର ପୋଷ୍ଚକୁ ଫ୍ରେଣ୍ଡ ସହିତ ସେୟାର କରିଦେବେ ।

Leave a Comment

Read More